

ଛତ୍ରପୁର (ସମୃଦ୍ଧ ଓଡିଶା) କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ବୁଢ଼ାମ୍ବ ଠାରୁ ବାଲିପଦର ଦୁଇ ଥାକିଆ ରାସ୍ତାର ପ୍ରଶସ୍ତିକରଣ ଏବଂ ସଶକ୍ତିକରଣର ଭୁମି ପୂଜନ ଓ ଭିତ୍ତି ପ୍ରସ୍ତର ସ୍ଥାପନ ହେବା ସହ ଆଠଗଡ ପାଟଣା ଗ୍ରାମପଞ୍ଚାୟତ ବଜାରଗୃହ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏଥିରେ କବିସୂର୍ଯ୍ୟନଗର ବିଧାୟିକା ଓ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହି ଅବସରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବୁଢ଼ାମ୍ବ ପଞ୍ଚାୟତର ସମସ୍ତ ଜନ ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


