ଆଦର୍ଶ ବିଦ୍ୟାଳୟରେ ଯୁକ୍ତ ଦୁଇ ଶିକ୍ଷା ବ୍ୟବସ୍ଥା କରିବାକୁ ଅଞ୍ଚଳବାସୀଙ୍କ ଦାବି…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଦର୍ଶ ବିଦ୍ୟାଳୟରେ ଯୁକ୍ତ ଦୁଇ ଶିକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଦାବି ନେଇ ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ରଙ୍ଗେଲଲୁଣ୍ଡା ବ୍ଳକର କରାପଲ୍ଲୀ ଠାରେ ଅବସ୍ଥିତ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟରେ ସରକାରଙ୍କ ପକ୍ଷରୁ ଗରିବ ବିଦ୍ୟାର୍ଥୀଙ୍କ ପାଇଁ ଉଚ୍ଚଶିକ୍ଷାର ବ୍ୟବସ୍ଥା କରିବା ନିମନ୍ତେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ଅଞ୍ଚଳବାସୀ । ଏହାର ସମାଧାନ ଯଥାଶୀଘ୍ର ନହେଲେ ଅଞ୍ଚଳବାସୀ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା