ଆଲୋକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳନ

ଭୁବନେଶ୍ୱର(ସମୃଦ୍ଧଓଡିଶା) ଭୁବନେଶ୍ୱର ୟୁନିଟ-୩ ଖାରବେଳ ନଗର ସ୍ଥିତ ଆଲୋକ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରତିଷ୍ଠାତ୍ରୀ ଚାରୁବାଳା ନାୟକ, ନିର୍ଦ୍ଦେଶିକା ସ୍ୱର୍ଣ୍ଣ ମଞ୍ଜରୀ ମିଶ୍ର ଉପସ୍ଥିତ ଥିଲେ l ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ ନାରାୟଣ ଝା ଏବଂ ଅନୁଷ୍ଠାନର ସମସ୍ତ ଛାତ୍ର ଛାତ୍ରୀ ରାମଧୁନ ଗାନ କରିବା ସହିତ ପ୍ରଭାତ ଫେରି କରିଥିଲେ l ବିଦ୍ୟାଳୟର ଶିକ୍ଷୟିତ୍ରୀ ସସ୍ମିତା ଜେନା ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ଉଦ୍ଦେଶ୍ୟରେ ଏକ କବିତା ଗାନ କରିଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ପକ୍ଷରୁ ସ୍ୱଚ୍ଛଭାରତ ଯୋଜନା ସମ୍ବନ୍ଧିତ ଏକ କର୍ମଶାଳାର ଆୟୋଜନ ମଧ୍ୟ କରାଯାଇଥିଲା l ବିଦ୍ୟାଳୟର ସହକାରୀ ଅଧ୍ୟକ୍ଷ ବିକ୍ରମ କେଶରୀ ଦାଶ ବିଦ୍ୟାଳୟ ତରଫରୁ ମିଷ୍ଟାନ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ, ଅଭିଭାବକ ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ।

ରିପୋର୍ଟ : ରଜତ ମହାପାତ୍ର