ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆସନ୍ତା ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିକଟସ୍ଥ ଗୋପାଳପୁର ବନ୍ଦରରେ ପହଞ୍ଚି ସେଠାରେ ନିର୍ମିତ ହୋଇଥିବା ଦ୍ଵିତୀୟ ବୁଥ୍ କୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ଏହାସହ ଜିଲ୍ଲାର ଶେରଗଡ଼ ଏବଂ ସାନଖେମୁଣ୍ଡି ଠାରେ ଆୟୋଜିତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବ୍ରହ୍ମପୁର ସହରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଗ୍ରସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା