ଭୁବନେଶ୍ୱର (ସମୃଦ୍ଧ ଓଡିଶା) ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ଥିବା ବାତ୍ୟା ଯୋଗୁଁ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି ।ବଙ୍ଗୋପସାଗରରେ ଉତ୍ପତ୍ତି ହେଉଥିବା ସାମୁଦ୍ରିକ ବାତ୍ୟା ଆମ୍ଫାନ୍ ସଂକ୍ରାନ୍ତରେ ଗୁରୁବାର ଦିନ ପାଣିପାଗ କାର୍ଯ୍ୟାଳୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ ଏବଂ ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କ ନିକଟକୁ ସତର୍କ ସୂଚନା ଦେଇଛନ୍ତି । ଆଜି ଓ ଆସନ୍ତାକାଲି ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର କେତେକ ଅଂଶରେ, ମଙ୍ଗଳବାର ଦିନ ଉପକୂଳ ଓଡ଼ିଶାରେ ଏବଂ ବୁଧବାର ଦିନ ପଶ୍ଚିମବଙ୍ଗର ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଏହି ସତର୍କ ସୂଚନାରେ ଉଲ୍ଲେଖ କରାଯାଇଛି । ଅନ୍ୟପଟେ ମେ ୧୫ ତାରିଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦେଇଛି ଭାରତୀୟ ପାଣିପାଗ ବିଭାଗ କହିଛି ।
ରିପୋର୍ଟ : ଆକାଶ ମିଶ୍ର