ଉଲ୍ଲେଖନୀୟ ସେବା ଓ ସାହସିକତା ନିମନ୍ତେ ମୋଟ ୯୪ ଜଣଙ୍କୁ ପୋଲିସ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଓ ସାହସିକତା ପଦକ ଏବଂ ଅର୍ଥ ପୁରସ୍କାର ପ୍ରଦାନ କରାଯାଇଛି । ଲୋକସେବା ଭବନ କନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଡିଜି-ପୋଲିସ ଶ୍ରୀ ଅରୁଣ କୁମାର ଷଡଙ୍ଗୀ, ଡିଜି-ଅଗ୍ନିଶମ, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ. ସୁଧାଂଶୁ କୁମାର ଷଡଙ୍ଗୀ, ଅତିରିକ୍ତ ଡିଜି-କାରାଗାର ଓ ସଂସ୍କାର ସେବା ଶ୍ରୀ ଅମିତାଭ ଠାକୁରଙ୍କ ସହ ଗୃହ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ । ପଦକ ପ୍ରଦାନ ଉତ୍ସବ ସମାପ୍ତ ହେବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୁରସ୍କୃତ ହୋଇଥିବା ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ଫଟୋ ଉଠାଇଥିଲେ ।

ରିପୋର୍ଟ : ରଜତ ମହାପାତ୍ର ଓ ମାନସ ରଞ୍ଜନ ଖୁଣ୍ଟିଆ, ସୂଚନା ଅଧିକାରୀ