ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସହରର ସାନ ରେଡ୍ଡିକା ସାହିର ଦିଲୀପ ମହାରଣା ବୟସ ୧୮ ବର୍ଷ । ପିତା ଭଗବାନ ମହାରଣା ଏବଂ ମାତା ଝୁନୁ ମହାରଣା । ଦିଲୀପ ବର୍ତ୍ତମାନ ଖଲ୍ଲିକୋଟ କଲେଜରେ ଯୁକ୍ତତିନି ବାଣିଜ୍ୟର ପ୍ରଥମ ବର୍ଷର ଛାତ୍ର । ଦିଲୀପ ଚଳିତ ରଥଯାତ୍ରା ଅବସରରେ ପୁରୀ ଶ୍ରୀ ଜଗନ୍ନାଥଙ୍କ ଏକ କାଠରେ ତିଆରି ୪ଇଞ୍ଚ ମୂଳ ପୀଠ ସହ ୫.୬ ଇଞ୍ଚର ଏକ ଜଗନ୍ନାଥଙ୍କର ଶ୍ରୀମନ୍ଦିର ନିର୍ମାଣ କରିଛନ୍ତି । ଏହି ମନ୍ଦିର ତିଆରି କରିବା ପାଇଁ ଦିଲୀପକୁ ପ୍ରାୟ ଏକ ମାସର ସମୟରୁ ଉର୍ଦ୍ଧ ସମୟ ଲାଗିଥିଲା । ଶ୍ରୀ ମନ୍ଦିରର ଭିତରେ ମେଘନାଦ ପାଚେରୀ ମୁଖ୍ୟ ମନ୍ଦିର ଜଗମୋହନ ଭୋଗ ମଣ୍ଡପ ତା ସହ ନୀଳଚକ୍ର ଏବଂ ପତିତ ପାବନ ବାନା । ମନ୍ଦିର ବେଢା ଭିତରେ ଭିତର ବେଢା ଛୋଟ ବଡ଼ ୧୦ରୁ ଅଧିକ ମନ୍ଦିର ଚାରି ଦ୍ୱାର ସିଂହ ଅଶ୍ୱ ବ୍ୟାଘ୍ର ଏବଂ ହସ୍ତୀ ଦ୍ୱାର ତା ସହ ଅରୁଣ ସ୍ତମ୍ବ ଏବଂ ଏକ ଇଞ୍ଚର ପତିତ ପାବନ ବିଗ୍ରହ ବି ଖୋଦିତ ହେଇଛି । ଆଗରୁ ସେ ଏକ ଇଞ୍ଚର ଦୁର୍ଗାଙ୍କର ମୂର୍ତ୍ତି ରାମ ମନ୍ଦିର କରି ଇଣ୍ଡିଆ ଏବଂ ଏସିଆ ବୁକ ଅଫ ରେକର୍ଡ୍ସରେ ନିଜକୁ ଗ୍ରାଣ୍ଡ ମାଷ୍ଟର ଭାବରେ ସ୍ଥାନୀୟ କରିଛନ୍ତି । ଶ୍ରୀମନ୍ଦିର ତିଆରି ପଛରେ ତାଙ୍କୁ ତାଙ୍କ ମାମୁଁ ବାସ୍ତୁବିତ ସାନ୍ୟାସୀ ମହାରଣା ପ୍ରେରଣା ଦେଇଥିବା ସହ ତାଙ୍କ ବାପା ଭଗବାନ ମହାରଣା ଏବଂ ଭାଇ ମନୋଜ ମହରାଣ ସହଯୋଗ କରିଥିଲେ । କରୋନା ମହାମାରୀ ଭିତରେ ଲୋକ ମାନେ ମହାପ୍ରଭୁଙ୍କୁ ଦେଖିବା ପାଇଁ ସୁଯୋଗ ନ ପାଉଥିବା ବେଳେ ତାଙ୍କ ହାତରେ ତିଆରି ଏହି କୀର୍ତିରାଜିକୁ ସେ ଆମ ରାଜ୍ୟ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି ।