ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ଲକ୍ଷ୍ମୀକାନ୍ତ ସେଠୀ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ ଆଜି ଲକ୍ଷ୍ମୀକାନ୍ତ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ । ୧୯୯୩ ଓଏସ ବ୍ୟାଚର ଶ୍ରୀ ସେଠୀ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଓ ଭଞ୍ଜନଗର ଉପଜିଲ୍ଲାପାଳ ଭାବେ ପୂର୍ବରୁ ଦାୟିତ୍ୱ ସଠିକ ଭାବେ ତୁଲାଇ ଆସୁଛନ୍ତି । ଏହା ସହ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର ଓ କେନ୍ଦ୍ରପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଡ଼ିଓ ଓ ତହସିଲଦାର ପଦବିରେ ରହି କାର୍ଯ୍ୟ ସୁଚାରୁ ରୂପେ ତୁଲାଇ ଆସିଛନ୍ତି । ଆଜି ସେ ଦାୟିତ୍ୱ ନେବା ପରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ଜିଲ୍ଲାର ବିଭିନ୍ନ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ଶ୍ରୀ ସେଠୀଙ୍କୁ ସ୍ୱାଗତ ଜଣାଇଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ସେଠୀ ଦାୟିତ୍ୱ ଗ୍ରହଣ କଲାପରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ସାକ୍ଷାତ କରିଛନ୍ତି । 

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା