

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଛତ୍ରପୁର, ଗୋପାଳପୁର ଓ ଆସ୍କା ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସମୟ, ସ୍ଥାନ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ନିର୍ଦ୍ଧାରଣ କରିବା ପାଇଁ ଏହି ବୈଠକ ଅନୁଷ୍ଠିତ କରାଯାଇଥିଲା । ଏହି ବୈଠକରେ ଉତ୍ସବରେ ଜିଲ୍ଲାର ବିଭିନ୍ନ ଲୋକକଳା ପ୍ରଦର୍ଶନମ, ମହିଳା ସଶକ୍ତିକରଣ ଏବଂ ଟ୍ରାଫିକ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା । ଗୋପାଳପୁର ମହୋତ୍ସବରେ ଗୋପାଳପୁରର ବିଧାୟକ ଡ଼ଃ.ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ଲୋକକଳା ମହୋତ୍ସବ ପାଇଁ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଓ ଆସ୍କା ମହୋତ୍ସବ ପାଇଁ ଅସ୍କାର ବିଧାୟିକା ଶ୍ରୀମତୀ ମଞ୍ଜୁଳା ସ୍ୱାଇଁ ସଭାପତିତ୍ୱରେ ଅନୁଷ୍ଠିତ ହେବ ବୋଲି କୁହାଯାଇଛି । ଗୋପାଳପୁର ମହୋତ୍ସବରେ ଜିଲ୍ଲା, ରାଜ୍ୟ ତଥା ଦେଶର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକମ ମାନ ଅନୁଷ୍ଠିରେ କରାଯିବ । ଜନ ସମାଗମକୁ ଆଖି ଆଗରେ ରଖି ଟ୍ରାଫିକ ବ୍ୟବସ୍ଥା ସୁଚାରୁ ରୂପେ ସମ୍ପାଦନା କରିବା ପାଇଁ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କୁ ଜିଲ୍ଲାପାଳ କହିଥିଲେ । କାର୍ଯ୍ୟକ୍ରମ ଗୁଡିକ ଯେପରି ସରସ ସୁନ୍ଦର ହେବ ସେଥିପ୍ରତି ଦୃଷ୍ଟି ଦେବା ପାଇଁ ଜିଲ୍ଲାପାଳ ଗୁରୁତ୍ୱଆରୋପ କରିଥିଲେ । ଏହି ବୈଠକରେ ଆସ୍କା ଲୋକସଭା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ, ଗୋପାଳପୁର ବିଧାୟକ ଡ଼ଃ.ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଆସ୍କା ବିଦାୟିକା ଶ୍ରୀମତୀ ମଞ୍ଜୁଳା ସ୍ୱାଇଁ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ପିନାକ ମିଶ୍ର, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ.ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ବ୍ରହ୍ମପୁର ଉପଜିଲ୍ଲାପାଳ ସିନ୍ଦେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଜିଲ୍ଲାର ସମସ୍ତ ବିଡ଼ିଓ, ତହସିଲଦାର ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ବୋଲି ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା



