

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଛତ୍ରପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀ ପ୍ରଶାନ୍ତ କର ଗତକାଲି ଅଗସ୍ତିନୂଆଗାଁ ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି । ଏହି ଅବସରେ ଏକ ସାଧରଣ ସଭା ଅନୁଷ୍ଠିତ କରାଯାଇଥିଲା । ସେଥିରେ ସେ ମୋଦି ସରକାରଙ୍କ ଜନମଙ୍ଗଳ କାର୍ଯ୍ୟକ୍ରମ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ସହ ଭାଜପାକୁ ଭୋଟ ଦେଇ ଜୟଯୁକ୍ତ କରାଇବା ପାଇଁ ଭୋଟରମାନଙ୍କୁ ଅନୁରୋଧ କରିଛନ୍ତି । ଏଥିରେ ଭୁଗୁବକ୍ସି ପାତ୍ର, ଧରଣୀ ଧର ବେହେରା, ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ ମଣ୍ଡଳ ସଭାପତି ପ୍ରଦୀପ ପାଢ଼ୀ, ପଦ୍ମ ସାହୁ, ଚୈତନ୍ୟ ପ୍ରଧାନ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
