

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବ୍ଳକର ନୂତନ କାର୍ଯ୍ୟାଳୟ ଗତକାଲି ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗ ଦେଇଥିଲେ । ଏହାସହ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ କରକମଳରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେଦତାତ୍ରେୟ ଭାଉସାହେବ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବିଡ଼ିଓ ଅମ୍ବିକା ପ୍ରସାଦ ଦାଶ, ବ୍ଲକ ଅଧ୍ୟକ୍ଷ ଏମ୍ ଧନଞ୍ଜୟ ରେଡ୍ଡୀ, ବ୍ଲକ ଉପାଧ୍ୟକ୍ଷ ଅମିତା ସାହୁ, ତହସିଲଦାର ନୀଳମାଧବ ଭୋଇ ସହ ସମସ୍ତ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ଉପସ୍ଥିତ ରହି ଛତ୍ରପୁର ବ୍ଲକର ମୁଖ୍ୟ ଫାଟକ ଓ ନୂତନ କାର୍ଯ୍ୟାଳୟ କୋଠା ଉଦଘାଟନ କରାଯାଇଥିଲା । ଏହି ଅବସରରେ ଛତ୍ରପୁର ବିଧାୟକ ଓ ଜିଲ୍ଲାପାଳ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ପୁରସ୍କୃତ କରିଥିଲେ ।







