

ଛତ୍ରପୁର (ସମୃଦ୍ଧ ଓଡିଶା) ପରମ ପ୍ରେମମୟ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୧ତମ ଜନ୍ମ ମହୋତ୍ସବ ଓ ବୁଗୁଡା ସତ୍ ସଙ୍ଗକେନ୍ଦ୍ରର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଆଧ୍ୟାତ୍ମିକ ଚେତନା ଉପରେ ଆଲୋକପାତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁ ଭ୍ରାତା ଓ ମାତୃମଣ୍ଡଳୀ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
