

ଢେଙ୍କାନାଳ (ସମୃଦ୍ଧ ଓଡିଶା) ମହାମାରୀ କରୋନା ଭୁତାଣୁ ସଂକ୍ରମଣ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଉଥିବା ବେଳେ ରାଜ୍ୟରେ ଥିବା ରକ୍ତ ଭଣ୍ଡାର ମାନଙ୍କରେ ରକ୍ତର ଘୋର ଅଭାବ ଦେଖାଦେଇଛି । ଯାହା ଫଳରେ ଢେଙ୍କାନାଳ ବିଜୁ ଛାତ୍ର ଜନତା ଦଳ ତରଫରୁ ରକ୍ତ ଅଭାବ ଦୂର କରିବା ପାଇଁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବହୁ ବ୍ୟକ୍ତି ଯୋଗଦେଇ ରକ୍ତ ଦାନ କରିଥିଲେ । ଏଥିରେ ୫୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।
ରିପୋର୍ଟ : ଶୁଭମ ପାଣି

