

ରାୟଗଡ଼ା (ସମୃଦ୍ଧ ଓଡିଶା) ଆଜିଠାରୁ ଆସନ୍ତା ନଭେମ୍ବର ୨ରଖ ଯାଏଁ ପାଳନ ହେଉଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ମୁତାବକ ରାୟଗଡ଼ା ପ୍ରଶାସନ ପକ୍ଷରୁ ଏହି ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଇଛି । ଜିଲ୍ଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟାଳୟରେ କାର୍ଯ୍ୟରତ ସମସ୍ତ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଦୁର୍ନୀତ ବିରୋଧରେ ଶପଥପାଠ ଗ୍ରହଣ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡାଙ୍କ ସମେତ ଜିଲ୍ଲା ସୂଚନା ଅଧିକାରୀ ବସନ୍ତ କୁମାର ପ୍ରଧାନ ଓ ଯୋଜନା ଉପନିର୍ଦ୍ଦେଶକ ଭାସ୍କର ଚନ୍ଦ୍ର ଜେନାଙ୍କ ଉପସ୍ଥିତିରେ ଆଜି ଶପଥପାଠ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା । ଅନୁରୂପ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ ପ୍ରତାପଚନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ରାୟଗଡ଼ା ବ୍ଲକ କାର୍ଯ୍ୟାଳୟରେ ଅନୁରୂପ ସମସ୍ତ କର୍ମଚାରୀ ଓ ଅଧିକାରୀ ଦୁର୍ନୀତି ବିରୋଧରେ ଶପଥ ଗ୍ରହଣ କରିଥିବା ଦେଖିବାକୁ ମିଳିଛି ।

