ନିଯୁକ୍ତି ପାଇବେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟତ୍ରୀ : ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ (Schematic) ଙ୍କୁ ଶନିବାର ନିଯୁକ୍ତି ପତ୍ର ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(Schematic)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ , ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଉଲ୍ଲେଖଯୋଗ୍ୟ, ରାଜ୍ୟରେ ଶିକ୍ଷାଦାନକୁ ଗୁଣାତ୍ମକ କରିବା ଦିଗରେ ଏହି ନିଯୁକ୍ତି ଏକ ବଡ଼ ପଦକ୍ଷେପ ହେବ। ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରିବା ଏବଂ ପିଲାଙ୍କ ଭବିଷ୍ୟତ ଗଢିବା ଦିଗରେ ଏହା ସହାୟକ ହେବ । ରାଜ୍ୟ ସରକାର ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ରଖିଥିବା ବେଳେ ଏହି ପଦକ୍ଷେପ ଲକ୍ଷ୍ୟ ପୂରଣ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଚୟନ ହୋଇଥିବା ୧୬,୦୦୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ୪୨୪ ଜଣ, ବାଲେଶ୍ୱର ଜିଲ୍ଲାରେ ୬୦୦ଜଣ, ବରଗଡ଼ ଜିଲ୍ଲାରେ ୪୭୯ଜଣ, ଭଦ୍ରକ ଜିଲ୍ଲାରେ ୨୬୦ଜଣ, ବଲାଙ୍ଗିର ଜିଲ୍ଲାରେ ୧୦୮୦ଜଣ, ବୌଦ୍ଧ ଜିଲ୍ଲାରେ ୬୫ଜଣ, କଟକ ଜିଲ୍ଲାରେ ୮୯୩ଜଣ, ଦେବଗଡ଼ ଜିଲ୍ଲାରେ ୨୧ଜଣ, ଢେଙ୍କାନାଳ ଜିଲ୍ଲାରେ ୫୮୩ଜଣ, ଗଜପତି ଜିଲ୍ଲାରେ ୧୩ଜଣ, ଗଞ୍ଜାମ ଜିଲ୍ଲାରେ ୧୨୬୪ଜଣ, ଜଗତସିଂହପୁର ଜିଲ୍ଲାରେ ୮୮ଜଣ, ଯାଜପୁର ଜିଲ୍ଲାରେ ୮୭୨ଜଣ, ଝାରସୁଗୁଡ଼ା ଜିଲ୍ଲାରେ ୩୮ଜଣ, କଳାହାଣ୍ଡି ଜିଲ୍ଲାରେ ୮୧୧ ଜଣ, କନ୍ଧମାଳ ଜିଲ୍ଲାରେ ୧୫୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରେ ୧୦୩୮ଜଣ, କେନ୍ଦୁଝର ଜିଲ୍ଲାରେ ୧୩୨୯ ଜଣ, ଖୋର୍ଦ୍ଧା ଜିଲ୍ଲାରେ ୭୫୩ ଜଣ, କୋରାପୁଟ ଜିଲ୍ଲାରେ ୯୨୨ଜଣ, ମାଲକାନଗିରି ଜିଲ୍ଲାରେ ୫୫୫ଜଣ, ମୟୂରଭଞ୍ଜ ଜିଲ୍ଲାରେ ୮୨୭ ଜଣ, ନବରଙ୍ଗପୁର ଜିଲ୍ଲାରେ ୮୬୦ ଜଣ, ନୟାଗଡ଼ ଜିଲ୍ଲାରେ ୮୩ ଜଣ, ନୂଆପଡ଼ା ଜିଲ୍ଲାରେ ୨୨୧ ଜଣ, ପୁରୀ ଜିଲ୍ଲାରେ ୭୩୩ଜଣ, ରାୟଗଡ଼ା ଜିଲ୍ଲାରେ ୫୧୧ ଜଣ, ସମ୍ବଲପୁର ଜିଲ୍ଲାରେ ୨୧୮ ଜଣ, ସୁବର୍ଣ୍ଣପୁର ଜିଲ୍ଲାରେ ୧୫୭ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦ ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି ।

ରିପୋର୍ଟ : ରଜତ ମହାପାତ୍ର ଓ ରୋଜାଲିନ୍ ସାହୁ, ଲୋକସମ୍ପର୍କ ଅଧିକାରୀ

16,009 Junior teachers (Schematic) will be recruited : CM will hand over appointment orders

Bhubaneswar, (Samrudha Odisha)Chief Minister Sri  Mohan Charan Majhi will distribute  appointment orders  to 16,009 junior teachers (Schematic) in various primary and upper primary schools of the state on Saturday. For this, recruitment ceremony and training program of newly appointed Junior Teacher-Teachers (Schematic) will be organized at Kalinga Stadium in Bhubaneswar. Chief Minister Shri Majhi will grace the programme to be organized by the School and Mass Education Department and will guide the newly appointed teachers for quality teaching in the future. Union Education Minister Shri Dharmendra Pradhan, Deputy CM Shri Kanak Vardhan Singh Deo, Shri Nityananda Gond, Minister, S&ME, Shri Suryabanshi Suraj, Minister, Higher Education and senior officials of the Department are scheduled to attend the program. This appointment will be a big step towards quality education in the state. This will help in strengthening the education infrastructure in the state and building the future of the child. As the state government aims to create a ‘Viksit Odisha’ by 2036, this initiative will play an important role in achieving the goal. Out of the 1609 junior teachers selected, 424 in Angul district, 600 in Balasore district, 479 in Bargarh district, 260 in Bhadrak district, 1080 in Balangir district, 65 in Boudh district, 893 in Cuttack district, 21 in Debagarh district, 583 in Dhenkanal district, 13 in Gajapati district. 1264 people in Ganjam district, 88 people in Jagatsinghpur district, 872 people in Jajpur district, 38 people in Jharsuguda district, 811 people in Kalahandi district, 151 people in Kandhamal district, 1038 people in Kendrapara district, 1329 people in Keonjhar district, 753 people in Khordha district, 922 people in Koraput district, 555 people in Malkangiri district, 827 in Mayurbhanj district, 860 people in Nabarangpur district, 83 people in Nayagarh district, 221 people in Nuapada district, 733 people in Puri district, 511 people in Rayagada district, 218 people in Sambalpur district, 157 people in Sonepur district and 160 people in Sundargarh district are going to be appointed.

Report by Rojalin Sahu