


ଭୁବନେଶ୍ୱର(ସମୃଦ୍ଧଓଡିଶା)ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତ ଜାନୁଆରୀ ୬ ତାରିଖ ସୋମବାର ଦିନ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ପୂର୍ବତଟ ରେଳବାଇ ଅନ୍ତର୍ଗତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କରିଛନ୍ତି । ରାଜ୍ୟପାଳ ଡ଼ ହରି ବାବୁ କମ୍ଭମ୍ପାଟି ରାଜଭବନରୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହା ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଆଖପାଖ ଅଂଚଳରେ ଯୋଗାଯୋଗରେ ଉନ୍ନତି ଆଣିବ ଏବଂ ଏହା ଏହି ଅଂଚଳର ସାମାଜିକ ଓ ଅର୍ଥନୈତିକ ବିକାଶରେ ସହାୟକ ହେବ ବୋଲି ରାଜ୍ୟପାଳ ଆଶା ପ୍ରକାଶ କରିଛନ୍ତି ।
ରିପୋର୍ଟ : ସଂଜୀବ ବାରିକ, ରାଜ୍ୟପାଳଙ୍କ ଲୋକସଂପର୍କ ଅଧିକାରୀ