

ଭୁବନେଶ୍ୱର(ସମୃଦ୍ଧ ଓଡିଶା) ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ମଧ୍ୟାହ୍ନ ଖର୍ଚ୍ଚ ୭ଟଙ୍କା ୬୪ ପଇସା କରାଗଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ଏହାକୁ ଡିସେମ୍ବର ୧ ତାରିଖଠାରୁ ଅର୍ଥାତ୍ ଆସନ୍ତାକାଲିଠାରୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ସରକାର।
ରିପୋର୍ଟ : ରଜତ ମହାପାତ୍ର