ଛତ୍ରପୁର (ସମୃଦ୍ଧ ଓଡିଶା) ସାମୁଦ୍ରିକ ଝଡ଼ ଫନି ବାତ୍ୟାର ପ୍ରଭାବିତ ୩ ଜିଲ୍ଲାରେ ପୁନରୁଦ୍ଧାର କାର୍ଯ୍ୟ କରିବାକୁ ଗଞ୍ଜାମ ଜିଲ୍ଲାରୁ ବିଭିନ୍ନ ଟିମ ସାମିଲ ହୋଇଛନ୍ତି । ଏ ସମ୍ପର୍କରେ ଗଞ୍ଜାମ ଜିଲ୍ଲପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଭୁବନେଶ୍ୱର ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଛି । ସେଠାରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ଗଞ୍ଜାମରୁ ସାଉଥକୋ, ଜନସ୍ୱାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ କୋଠାବାଡି ବିଭାଗ ଅଧିକାରୀ, କର୍ମଚାରୀ ଓ ଶ୍ରମିକମାନେ ଯାଇଛନ୍ତି । ସେହିପରି ଉକ୍ତ ସ୍ଥାନଗୁଡିକୁ ଗଞ୍ଜାମରୁ ଓଡ୍ରାଫ ଟିମ ଯାଇ ପୁନରୁଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ଗଞ୍ଜାମ ଏସପି ବ୍ରିଜେଶ କୁମାର ରାଏ ସୂଚନା ଦେଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା