

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ କାର୍ଯ୍ୟାଳୟ ପରିସରରେ ବାର୍ଦ୍ଧକ୍ୟ, ବିଧବା, ରାସନକାର୍ଡ ଓ ଦିବ୍ୟାଙ୍ଗ ମାନଙ୍କ ଭର୍ତ୍ତା ବଣ୍ଟନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର୍ଦ୍ଧକ୍ୟ, ବିଧବା ଓ ରାସନକାର୍ଡ ୯୫୪ ଜଣ ହିତାଧିକାରୀ ମାନଙ୍କୁ ବଣ୍ଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷା, ଜିଲ୍ଲା ପରିଷଦ, ସମସ୍ତ ସରପଞ୍ଚ, ସମିତି ସଭ୍ୟ, ବିଡ଼ିଓ, ବ୍ଲକ କର୍ମଚାରୀ ଏବଂ ହିତାଧିକାରୀ ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

