

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଗ୍ରାମ ପଞ୍ଚାୟତ ପକ୍ଷରୁ ବାଲିପଦର ଉନ୍ନୟନ ପରିଷଦ ଆନୁକୂଲ୍ୟରେ ଘୁମୁସରର ସ୍ୱର ସ୍ୱଚ୍ଛତା ଏୱେରନେସ ଏଣ୍ଡ ଧାରା ଆସୋସିଏସନ ପକ୍ଷରୁ ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ବୁଗୁଡା ବିଡିଓ ତନ୍ମୟ ପାତ୍ର, ତହସିଲଦାର ସଂଗ୍ରାମ କେଶରୀ ଜେନା, ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ଏବଂ ବାଲିପଦର ଫାଣ୍ଡି ଅଧିକାରୀଙ୍କୁ କରୋନା ଯୋଦ୍ଧା ଉପାଧିରେ ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା