

ପୋଲସରା (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଅକ୍ଟୋବର ୨ ତାରିଖ ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳର “କରୋନା” ଜନ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ପାଇଁ ନିର୍ଦ୍ଧେଶ ଦେଇଥିବା ବେଳେ ଆଜି ପୋଲସରା ଏନ.ଏ.ସି ଠାରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠି, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା,ପୂର୍ବତନ ଚେଇରମେନ ପ୍ରଫୁଲ୍ଲ ପ୍ରଧାନ ଓ ରଞ୍ଜିତା ସାହୁଙ୍କ ସମେତ ବହୁ ମାନ୍ୟଗଣ୍ୟ ଓ ବିଜୁ ଜନତା ଦଳର ବହୁ କର୍ମୀ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
