ଭୁୁବନେଶ୍ୱର (ସମୃଦ୍ଧ ଓଡିଶା) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧାୟକ ଦଳ ନେତା କେ.ଭି ସିଂହଦେଓ ଓ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀଙ୍କ ଉପସ୍ଥିତିରେ କୋରାପୁଟ ଜିଲ୍ଲା ବିଜେଡି ଉପସଭାପତି ଏବଂ ମ୍ୟୁନିସପାଲିଟିର ଭାଇସ ଚେୟାରମ୍ୟାନ ବିଜେଡି ଛାଡି ଆଜି ବିଜେପିରେ ସାମିଲ ହୋଇଛନ୍ତି । କୋରାପୁଟ ଜିଲ୍ଲା ସଭାପତି ବିଜୟ ମିଶ୍ରଙ୍କ ନେତୃତ୍ୱରେ କୋରାପୁଟ ଜିଲ୍ଲା ବିଜେଡି ଉପସଭାପତି ତ୍ରିପୁରାରୀ ଗରଡା ଏବଂ ମ୍ୟୁନିସପାଲିଟିର ଭାଇସ ଚେୟାରମ୍ୟାନ ସଂଜୁଲତା ରାଉତ ବିଦ୍ଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ବିଧାୟକ ଦଳ ନେତା କେ.ଭି ସିଂହଦେଓ ଓ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଉଭୟଙ୍କୁ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି । ଶ୍ରୀ ସିଂହଦେଓ ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ସିଂହଦେଓ କହିଛନ୍ତି ।ଅନ୍ୟପଟେ ବିଜେଡି ଦଳ ପ୍ରତି ଅତିଷ୍ଠ ହୋଇ ଏବଂ ମୋଦୀଙ୍କ ସ୍ୱଚ୍ଛ ଶାସନ ଓ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଛନ୍ତି ବୋଲି ସଦ୍ୟ ବିଜେପିରେ ମିଶିଥିବା ନେତା କହିଛନ୍ତି । ରାଜ୍ୟର ବିକାଶ ବିଜେପି ସରକାର କରିପାରିବ । ଏଥି ସହ ବିଜେପି ହିଁ ଏକମାତ୍ର ବିକଳ୍ପ ବୋଲି ସେମାନେ କହିବା ସହ ବିଜେଡି ଦଳର ନେତାମାନେ ଦୁର୍ନୀତି ଓ ଭ୍ରଷ୍ଟାଚାର ଲିପ୍ତ ବୋଲି ଅଭିଯୋଗ କରିଛନ୍ତି । ଦଳୀୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ପ୍ରତାପ ଷଡଙ୍ଗୀ ଏବଂ ବିଜେପି ନେତ୍ରୀ ତଥା ସିନେ ଅଭିନେତ୍ରୀ ଅନୁ ଚୌଧୁରୀ ଉପସ୍ଥିତ ଥିଲେ ।
ରିପୋର୍ଟ : ଆକାଶ ମିଶ୍ର