

ବୁଗୁଡ଼ା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ଖରିଡା ଗ୍ରାମର ମା ସ୍ୱପ୍ନେଶ୍ୱରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବୁଗୁଡା ବ୍ଲକ ଉପାଦକ୍ଷ, ସରପଞ୍ଚଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


