



ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ଗସ୍ତରେ ପଞ୍ଚାୟତରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଆସି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହିତ କିଛି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ଟାଉନ ହଲ ପରିସର ମଧ୍ୟରେ ସାମାଜିକ ସୁରକ୍ଷା ଭତ୍ତା ଏବଂ ଭିନ୍ନକ୍ଷମ ସ୍ୱୟଂସହାୟକ ଗୋଷ୍ଠୀ ଗୁଡିକର ଘୃର୍ଣ୍ଣନ ପାଣ୍ଠି ବିତରଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଥିଲେ ।

ଏହି ସାମାଜିକ ସୁରକ୍ଷା ଭତ୍ତା ଏବଂ ଭିନ୍ନକ୍ଷମ ସ୍ୱୟଂସହାୟକ ଗୋଷ୍ଠୀ ଗୁଡିକର ଘୃର୍ଣ୍ଣନ ପାଣ୍ଠି ବିତରଣ କାର୍ଯ୍ୟକ୍ରମରେ ପଞ୍ଚାୟତରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । ଏହି କାର୍ଯ୍ୟକମର ଆୟୋଜନ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାଷ କୁମାର ବେହେରା, ବ୍ରହ୍ମପୁରର ପୂର୍ବତନ ବିଧାୟକ ଡ଼. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ,ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା




