

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ବିମାନ ବନ୍ଦର ସଭାଗୃହରେ ସମୀକ୍ଷା ବୈଠକ କରିଥିବା ସୂଚନା ମିଳିଛି । ଏହି ବୈଠକରେ ବାତ୍ୟା ‘ୟାସ୍’ ଜନିତ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ଉପସ୍ଥିତ ରହିଥିଲେ । ବୈଠକ ପରେ ଏରିଏଲ ସର୍ଭେରେ ଯିବେ ପ୍ରଧାନମନ୍ତ୍ରୀ ବୋଲି ଜଣାପଡିଛି ।