ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ରାଜ୍ୟର ପ୍ରଥମ ଜିଲ୍ଲା ଭାବେ ଗଞ୍ଜାମରେ ”ମଧୁ” ଆପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଅନୁଯାୟୀ ଭୁବନେଶ୍ୱର ଲୋକସେବା ଭବନରେ ଥିବା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ଏହି ଆପର ଉନ୍ମୋଚନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ଗଣଶିକ୍ଷା ସଚିବ ପ୍ରମୁଖ ଉପସ୍ଥିତ ରହିଥିଲେ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରର ଓସ୍ୱାନ ସମ୍ମିଳନୀ କକ୍ଷରେ ଉପସ୍ଥିତ ରହିଥିଲେ । ତାଙ୍କ ସହ ଜିଲ୍ଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା ମଧ୍ୟ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀ ଏହି ଆପ ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ସହ କଥାବାର୍ତ୍ତା ହୋଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ରଛାତ୍ରୀମାନେ ଏହି ଆପ ଜରିଆରେ ହାତପାହାନ୍ତାରେ ଶିକ୍ଷା ବ୍ୟବସ୍ଥା ପାଇପାରିବେ । ଏହି ଆପର ପଞ୍ଚମ ଠାରୁ ଅଷ୍ଟମ ପର୍ଯ୍ୟନ୍ତ ପାଠ୍ୟକ୍ରମର ସିଲାବସ ରହିବ । ଏହାସହ ଦଶମ ଶ୍ରେଣୀ ଡ୍ରିମ ପରୀକ୍ଷାର ସମସ୍ତ ପ୍ରଶ୍ନ ଓ ଉତ୍ତର ରହିବ ବୋଲି କହିଥିଲେ ଏବଂ ଏହି ଆପ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ କରାଯାଇଛି ବୋଲି ଜଣାଇଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା