

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ସହର ନିକଟରେ ଅବସ୍ଥାପିତ ମା’ ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ମନ୍ଦିର, ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଚଳିତ ମାସ ୧୫ ତାରିଖ ଠାରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ଅନୁଷ୍ଠିତ ହେଉଅଛି । ପ୍ରତିଷ୍ଠା ଉତ୍ସବ, ଧର୍ମାନୁଷ୍ଠାନ, ଯଜ୍ଞାନୁଷ୍ଠାନର ଚତୃର୍ଥ ଦିବସରେ ଅର୍ଥାତ ୧୮ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଛନ୍ତି ବୋଲି ସରକାରୀ ସୂତ୍ରରୁ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭୂକୃପା ଲାଭ କରିବା ସହ ମା’ଙ୍କ ଶୁଭାଶିଷ ଲାଭ କରିବା ନେଇ ଦେବୀଙ୍କ ଦର୍ଶନ କରିବା ନିମିତ୍ତ ଯୋଗ ଦେଉଛନ୍ତି । ଏଥିପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ଓ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଥିବା ଜଣାପଡିଛି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା