

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଏକ ନୀରବ ପ୍ରର୍ଥନା କାର୍ଯ୍ୟକ୍ରମ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟରେ ଅନଷ୍ଠିତ ହୋଇଯାଇଛି । ଏଥିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି ଆଓ, ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଓ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଳାଙ୍ଗେ ପ୍ରମୁଖ ଅଂଶ ଗ୍ରହଣ କରି କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନୀରବ ପ୍ରାର୍ଥନା କରିବା ସହିତ ଶପଥ ପାଠ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

