ରକ୍ତଦାନ ଶିବିର ଅନୁଷ୍ଠିତ : ୧୭ୟୁନିଟ ସଂଗୃହିତ…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ, ମାରୱାଡି ମହିଳା ସମିତିର ମିଳିତ ଅନୁକୂଲ୍ୟରେ ସପ୍ତମ ଥର ‘ଆସନ୍ତୁ ଗଢିବା ରକ୍ତ ସମ୍ପର୍କ’ ନାମକ ରକ୍ତଦାନ ଶିବିର ବ୍ରହ୍ମପୁର ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ କରୋନା ମହାମାରୀ ପ୍ରଭାବରୁ ରକ୍ତ ଭଣ୍ଡାରରେ ରକ୍ତ ଘୋର ଅଭାବ ଦେଖାଯାଇଛି ।ରୋଗୀମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷ ଭାବେ ଗର୍ଭବତୀ ମହିଳା ଓ ଥାଲାସେମିଆ ରୋଗୀ ମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ଅସୁବିଧାକୁ କିଛି ମାତ୍ରାରେ ହ୍ରାସ କରିବା ପାଇଁ ଏହି ନିଆରା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ବିଭିନ୍ନ ଅନୁଷ୍ଠାନ ତଥା ସ୍ଵେଚ୍ଛାସେବୀ ମାନଙ୍କୁ ରକ୍ତ ଦାନ କରିବା ପାଇଁ ଅନୁରୋଧ କରାଯାଉଛି । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉର୍ଦ୍ଦେଶ୍ୟ ହେଉଛି ନୂତନ ରକ୍ତ ଦାତା ସୃଷ୍ଟି କରିବା ଏବଂ ରକ୍ତଦାତାମାନେ ରକ୍ତଦାନ କେନ୍ଦ୍ରକୁ ଆସି ରକ୍ତ ଦାନ କରିବେ । ଆଜିର ଶିବିରରେ ସମୁଦାୟ ୧୭ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ସମୁଦାୟ ୭ଟି ଶିବିରରେ ୯୭ୟୁନିଟ ରକ୍ତ ସଂଗ୍ରହ ହୋଇଛି  l ଏହି କାର୍ଯ୍ୟକ୍ରମରେ ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ ଓ ମାରୱାଡି ମହିଳା ସମିତିର ସମ୍ପାଦିକା ରୁବି ଖେମୁନି, ଦୀପକ କୁମାର ପାତ୍ର, ସତ୍ୟ ନାରାୟଣ ଦାସ,ସୁଶୀଲ କୁମାର ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଶ୍ୱ ବ୍ୟାପି କରୋନା ମହାମାରୀ ପ୍ରଭାବ ଥିଲାବେଳେ ଏଭଳି ନିଆରା ରକ୍ତ ଦାନ ଶିବିର ଆୟୋଜିତ କରି ରକ୍ତ ଅଭାବକୁ ଦୂର କରିବା ପ୍ରୟାସକୁ ସାଧାରଣ ମହଲରେ ପ୍ରଶଂସା କରାଯାଇଛି l

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା