ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ସାକ୍ଷତ କରି ସରକାର ଗଠନ କରିବା ଦାବି ଜଣାଇବା ସହ ୧୧୨ ଜଣ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ସାକ୍ଷତ କରି ପୁଣି ଥରେ ସରକାର ଗଠନ କରିବାକୁ ଦାବି ଜଣାଇବା ସହ ୧୧୨ ଜଣ ବିଧାୟକଙ୍କ ସମର୍ଥନ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି । ମେ’ ୨୯ ତାରିଖରେ ନବୀନ ପଟ୍ଟନାୟକ ପଞ୍ଚମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ କରିବେ । ତାଙ୍କ ସହିତ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ବି ଶପଥ ଗ୍ରହଣ କରିବେ । ଏହି ଶପଥ ଗ୍ରହଣ ଉତ୍ସବ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ କରାଯିବ ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା