ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସ୍ଥିତ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଦୀପକ ମିଶ୍ର ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସେହିଭଳି ମୁଖ୍ୟବକ୍ତା ଭାବେ ମୁମ୍ବାଇ ସ୍ଥିତ ଏମଏନଏଲୟୁର କୁଳପତି ପ୍ରଫେସର ଭବାନୀ ପ୍ରସାଦ ପଣ୍ଡା, ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଆଇନ ବିଭାଗର ବିଭାଗୀୟ ମୁଖ୍ୟ ତଥା ଡିନ୍ ପ୍ରଫେସର ଭାଗିରଥୀ ପାଣିଗ୍ରାହୀ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ରଞ୍ଜନ କୁମାର ବିଶ୍ୱାଳ ପ୍ରମୁଖ ମଂଚାସୀନ ଥିଲେ । ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସ ସଭାପତିତ୍ୱ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ସୁବର୍ଣ୍ଣ ଜୟନ୍ତୀ କର୍ମଶାଳା ସ୍ମରଣିକା ଉନ୍ମୋଚନ କରାଯାଇଥିଲା ଓ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ମହାବିଦ୍ୟାଳୟର ଅଧ୍ୟାପକ ଡ. ନୀଳାଞ୍ଚଳ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା