
ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା)ସାମ୍ବାଦିକଙ୍କ ସୁରକ୍ଷା ଦାବିରେ ଆସନ୍ତା ୮ ତାରିଖରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ ଉତ୍କଳ ସାମ୍ବାଦିକ ସଂଘ। କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଏବଂ ଦୁର୍ବ୍ୟବହାର ବୃଦ୍ଧି ପାଉଥିବାରୁ ଏହାକୁ ବିରୋଧ କରି ଏହି ବିକ୍ଷୋଭ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନେଇଛି ସଂଘ। ସଂଘ ପକ୍ଷରୁ କୁହାଯାଇଛି, “ସମ୍ବାଦିକଙ୍କ ସୁରକ୍ଷା ଲାଗି ମହାରାଷ୍ଟ୍ର ସରକାର ସ୍ୱତନ୍ତ୍ର ଆଇନ୍ ପ୍ରଣୟନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ରାଜ୍ୟପାଳ ଓ ବିଭାଗୀୟ ମନ୍ତ୍ରୀଙ୍କୁ ସୁରକ୍ଷା ନେଇ ଦାବି ଜଣାଇଥିଲେ ମଧ୍ୟ ସରକାର ଏହାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ ଆଣିଛି ସଂଘ।