

ପୋଲସରା (ସମୃଦ୍ଧ ଓଡିଶା) ଆଜି ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତ ଓ ଆଦର୍ଶ ବିଦ୍ୟାଳୟରେ ୭୩ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏହାପରେ ଜାତୀୟ ସଂଗୀତ ଗାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଓ ସମସ୍ତ ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


