
ବ୍ରହ୍ମପୁର (ସମୃଦ୍ଧ ଓଡିଶା) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି ବୋଲି ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର । ସେ କହିଛନ୍ତି ଏପ୍ରିଲ ୧ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା । ତେବେ ଏଥିରେ ପରିବର୍ତ୍ତନ କରାଯାଇଛି ୬ ଏପ୍ରିଲରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ଏପ୍ରିଲ୍ ୭ ତାରିଖରେ ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା