

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ବିଜୁ ପଟ୍ଟନାୟକ ଜନ୍ମ ଶତବାର୍ଷିକୀରେ ଅଲ୍ ଓଡିଶା ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ କରିବା ପାଇଁ କମିଟି ପକ୍ଷରୁ ଏକ ପ୍ରତିନିଧି ଦଳ ଅନୁମତି ପ୍ରଦାନ ଲାଗି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ କରି ଏକ ଦାବି ପତ୍ର ପ୍ରଦାନ କରିଥିବା ଜଣାପଡିଛି । ଏହି ପରିପ୍ରେକ୍ଷୀରେ ଉପସଭାପତି ପୂର୍ଣ୍ଣ ଚନ୍ଦ୍ର ବେହେରା, ସମ୍ପାଦକ ନିମାଇଁ ଚରଣ ପଣ୍ଡା, ଯୁଗ୍ନ ସମ୍ପାଦକ ପ୍ରଦୀପ କୁମାର ଦାସ, ରାଜେନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ ।

