ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ ବୋଲି ସତର୍କ ସୂଚନା ଦେଇଛନ୍ତି । ବିଶେଷ କରି ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ସେହିପରି ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । କନ୍ଧମାଳ ଓ ରାୟଗଡ଼ାରେ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ କାଳବୈଶାଖୀର ପ୍ରଭାବ ଅଧିକ ରହିବା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।
ରିପୋର୍ଟ : ଆକାଶ ମିଶ୍ର