
ଭୁବନେଶ୍ୱର(ସମୃଦ୍ଧ ଓଡିଶା)ଆଜି ଅପରାହ୍ନ ୪ ଟା ରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥର ୨,୧୯,୧୧୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ କଳାରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦା ମୂଳକ ଶିକ୍ଷାରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାପଡିଛି ।