ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଆଜି ରାଜ୍ୟ କ୍ୟାବିନେଟ ବୈଠକ ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକ ପ୍ରଥମ ଥର ପାଇଁ ଭିଡିଓ କନ୍ଫରେନସିଂ ଜରିଆରେ ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ରହି ଏଥିରେ ଅଧ୍ୟକ୍ଷତା କରିବେ । ଏହି ବୈଠକରେ କରୋନା ଭୁତାଣୁ ସଂକ୍ରମଣର ମୁକାବିଲା ନେଇ ରାଜ୍ୟ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାର ସମ୍ଭାବନା ରହିିଛି । କ୍ୟାବିନେଟ୍ ପରେ ଦିନ ୧୧ଟା ୩୦ରେ କରୋନା ସଂକ୍ରାନ୍ତୀୟ ମନ୍ତ୍ରିସ୍ତରୀୟ ବୈଠକ ବସିବ ବୋଲି ସୂଚନା ମିଳିଛି ।