ଆଜି ରବୀନ୍ଦ୍ର ମଣ୍ଡପରେ “ନୃତ୍ୟାୟନ” ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର(ସମୃଦ୍ଧଓଡିଶା)ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ “ନୃତ୍ୟାୟନ” ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଗୁରୁ ଡଃ ସ୍ନେହପ୍ରଭା ସାମନ୍ତରାୟ, ଗୁରୁ ସଦାଶିବ ପ୍ରଧାନ, ଗୁରୁ ଧନେଶ୍ବର ସ୍ବାଇଁ, ଗୁରୁ କେ. ରାମାରାଓ ପାତ୍ର, ପଣ୍ଡିତ ନିତ୍ୟାନନ୍ଦ ମିଶ୍ର ଓ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିଜୟ ଜେନା ଉପସ୍ଥିତ ଥିଲେ। ଆଜିର କାର୍ଯ୍ୟକ୍ରମରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଓଡିଶୀ ନୃତ୍ୟ ଓ ଛଉ ନୃତ୍ୟ ବିଭାଗର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମହାବିଦ୍ୟାଳୟର ବରିଷ୍ଠ ଗୁରୁମାନେ ନିର୍ଦ୍ଦେଶନା ଦେବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ରିପୋର୍ଟ : ରଜତ ମହାପାତ୍ର ଓ ଅମ୍ଳାନ ଦାସ, ଲୋକସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *