
ଭୁବନେଶ୍ୱର (ସମୃଦ୍ଧ ଓଡିଶା) ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । କରୋନା ମୁକାବିଲା ପାଇଁ ଦେଶବାସୀଙ୍କୁ ସନ୍ଦେଶ ଦେଇପାରନ୍ତି । ସମ୍ବୋଧନରେ ଳକଡାଉନ ନେଇ ଘୋଷଣା ହେବାର ସମ୍ଭାବନା ରହିଛି । ଗତକାଲି କରୋନା ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ । ପ୍ରାୟ ୬ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍ ଡାଉନ ବଢ଼େଇବା ସପକ୍ଷରେ ଥିଲେ ।
ରିପୋର୍ଟ : ଆକାଶ ମିଶ୍ର