

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ବିଜୁ ପଟ୍ଟନାୟକ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଆନ୍ତର୍ଜାତୀୟ ଦିବ୍ୟଙ୍ଗ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କେ.ଆନଦ ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କରାଯାଇଥିଲା । ଏଥିରେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ, ମୁଖ୍ୟବକ୍ତା ଭାବେ ରାଜେନ୍ଦ୍ର ଢୋଲକିଆ ଯୋଗ ଦେଇଥିଲେ । ଏହାସହ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ବ୍ରହ୍ମପୁର ସିଡିଏମଓ ଡ଼. ବିଜୟ କୁମାର ପାଣିଗ୍ରାହୀ, ଏସଏମଆଇଟି ସଭାପତି ଭଗବାନ ଗନ୍ତାୟତଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଦିବ୍ୟଙ୍ଗ ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା




