ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଘୁର୍ଣ୍ଣିବଳୟ ସାଙ୍ଗକୁ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହାସହ ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ସୂଚନା ଜାରି କରିଛି । ସେହି ୯ଟି ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡା, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଦେବଗଡ ।ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ତେବେ ୧ରୁ ବର୍ଷା ବଢିବ ଏବଂ ସପ୍ତାହେ ପର୍ଯ୍ୟନ୍ତ ଭଲ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା