

ସାନଖେମୁଣ୍ଡି (ସମୃଦ୍ଧ ଓଡିଶା) ଆସନ୍ତା ୪ରେ ହେବାକୁ ଯାଉଥିବା ରାହୁଲ ଗାନ୍ଧୀଙ୍କ କାର୍ଯ୍ୟକ୍ରମ ପାଇଁ ସାନଖେମୁଣ୍ଡି ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ବାସଭବନରେ ଏକ ପ୍ରସ୍ତୁତି ବୈଠକ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ଜେନା, ଆସ୍କା ଲୋକସଭା ପ୍ରାର୍ଥୀ ରାମକୃଷ୍ଣ ପଣ୍ଡା, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭି. ଚନ୍ଦ୍ର ଶେଖର ନାଇଡୁ, ଶିଵ ପାତ୍ର, ଗଞ୍ଜାମ ଜିଲ୍ଲା କଂଗ୍ରେସ କାର୍ଯ୍ୟକାରି ସଭାପତି ତ୍ରିନାଥ ବେହେରା, ମନୋଜ କୁମାର ଜେନା, ପ୍ରଫୁଲ୍ଲ ପଣ୍ଡାଙ୍କ ସମେତ ଗଞ୍ଜାମ ଜିଲ୍ଲାର ବହୁ ବରିଷ୍ଠ କଂଗ୍ରେସ ନେତା ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

