
ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନାଙ୍କର ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି । ୨୨ତାରିଖ ଦିନ ଲାଞ୍ଜିପଲ୍ଲୀ ବାଇପାସ୍ ନିକଟରେ କିଛି ଦୁର୍ବୃତ୍ତ ମନୋଜଙ୍କୁ ଗୁଳିମାଡ଼ କରି ଗଳାକାଟି ଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା । ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛିଯାଇଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା