

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।ଏଥିରେ ଛତ୍ରପୁର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନ୍ ଗଣେଷ ବାବୁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସାଧାରଣତନ୍ତ୍ର ଦିବସ ଉପରେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ କୋଭିଡ୍ ଯୋଦ୍ଧା ଭାବେ ଏସ୍ ଡାଲେୟା, ରିତା ରଥ, ଭାଗିରଥୀ ସ୍ୱାଇଁ, ଗୋପୀନାଥ ନାୟକ, ବନଲତା ମିଶ୍ର, ସୁନୀଲ ରଥ ବାପୁଜୀ ନାୟକ ପ୍ରମୁଖଙ୍କୁ ସମ୍ମାନିତ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମରେ ଛତ୍ରପୁର ଏନଏସିର ସମସ୍ତ କର୍ମଚାରୀ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ ।