

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗୋପାଳପୁର ନୂତନ ବସଷ୍ଟାଣ୍ଡ ନିକଟରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଓଡିଶା ମୋ ପରିବାରର ଅଧକ୍ଷ ଅରୂପ ପଟ୍ଟନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ରାଜ୍ୟର ରକ୍ତ ଭଣ୍ଡାର ଗୁଡିକରେ ରକ୍ତ ଅଭାବକୁ ଦୂର କରିବା ପାଇଁ ଓଡିଶା ମୋ ପରିବାର ସଦା ସର୍ବଦା ନିଜର ପ୍ରଚେଷ୍ଟା ଜାରି ରଖିଛି, ଯାହାର ଫଳ ସ୍ୱରୂପ ବର୍ତ୍ତମାନ ସମସ୍ତ ରକ୍ତ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ରକ୍ତ ଗଚ୍ଛିତ ରହିଛି । ସେହିପରି ରାଜ୍ୟରେ ଅନୁଷ୍ଠିତ ହେଉଥିବା ରକ୍ତଦାନ ଶିବିରମାନଙ୍କରେ ଯୁବପୀଢୀଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ରହିଥିବା କହିଛନ୍ତି ଓଡିଶା ମୋ ପରିବାରର ଅଧକ୍ଷ ଅରୂପ ପଟ୍ଟନାୟକ । ଗୋପାଳପୁରରେ ଆୟୋଜିତ ହୋଇଥିବା ଆଜିର ଏହି ରକ୍ତଦାନ ଶିବିରରରେ ସମ୍ମାନିତ ଅତିଥି ରୂପେ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଜୀବନ ବିନ୍ଦୁ ସଂଯୋଜକ ସୁବାଷ ମହାରଣା ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଯୁବ ସଭାପତି ଭବାନୀ ଶଙ୍କର ସାହୁ, ମହିଳା ସଭାନେତ୍ରୀ ସଂଘମିତ୍ରା ଦଲେଇ, ବ୍ଲକ ସଭାପତି ଅଜିତ ଦାଶ, ବିଜେଡି ନେତା ଜଗନ୍ନାଥ ସାବତ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ମଞ୍ଜୁଶ୍ରୀ ଦଲାଇ, ଦଣ୍ଡପାଣୀ ସାହୁ, ରାମହରୀ ପାତ୍ର ପ୍ରମୁଖ ମଞ୍ଚାଶୀନ ଥିଲେ । ସମାଜସେବୀ ଶିବ ପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଟ ବିଜେଡି ନେତା ଶଶି ଭୂଷଣ ମହାନ୍ତି ମଞ୍ଚ ପରି ଚାଳନା କରିବା ସହ ସଂଯୋଜନା କରିଥିବା ବେଳେ, ଲଲାଟ ଗୌଡ, ସୁବାସ ସାହୁ, ବି. ରାଜେଶ, ବି. କଲ୍ୟାଣ, ଚନ୍ଦନ ଆଚାର୍ଯ୍ୟ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏହି ଶିବିରରେ ୧୨୦ ୟୁନିଟ ରକ୍ତ ସଗୃହିତ ହୋଇଥିଲା ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା


