

ଛତ୍ରପୁର (ସମୃଦ୍ଧ ଓଡିଶା) ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା ମୋ ପରିବାରର ଆବାହକ ଅରୁପ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ବ୍ରହ୍ମପୁର ରକ୍ତ ଭଣ୍ଡାରର ବହୁ କର୍ମଚାରୀ ଏଥିରେ ସହଯୋଗ କରିଥିଲେ ଏବଂ ଏଥିରେ ୫୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଏହି ଅବସରରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଜୀବନ ବିନ୍ଦୁର ସଂଯୋଜକ ସୁବାସ ମହାରଣା, ରୁଦ୍ର ସାମନ୍ତରାୟ, ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ ଓ ଆଦିକନ୍ଦ ସେଠୀ, ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍. ଧନଞ୍ଜୟ ରେଡ୍ଡି, ପୂର୍ବତନ ସାଂସଦ ପ୍ରତିନିଧି ଜି. ପାପା ରାଓ, ପୂର୍ବତନ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରା, ଛତ୍ରପୁର ବିଜେଡି ନଗର ସଭାପତି ବି. ରାଜିବାବୁ, ଯୁବ ବିଜେଡି ସଭାପତି ଟି. ଚନ୍ଦ୍ର ଶେଖର ରାଓ, ଛାତ୍ର ବିଜେଡି ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ପୂର୍ବତନ କାଉନସିଲର କିଶୋର ଚନ୍ଦ୍ର ସେନାପତି, ପୂର୍ବତନ ସାଂସଦ ପ୍ରତିନିଧି ସୁଧିର ପାଢୀ, ଏନ୍. ଗିରିଧର ରାଓଙ୍କ ସମେତ ଛତ୍ରପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ବହୁ ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା



