

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବ୍ଲକ ଅନ୍ତର୍ଗତ କାଲିପଲ୍ଲୀ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ସରପଞ୍ଚ ରାମଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କରାଯାଇଥିବା ବେଳେ ଏଥିରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ.ଧନଞ୍ଜୟ ରେଡି, ଉପାଧ୍ୟକ୍ଷ ତଥା ସ୍ଥାନୀୟ ସମିତି ସଭ୍ୟ ଅମୀତ ସାହୁ, ଛତ୍ରପୁର ଗୋଷ୍ଠୀ ଶିକ୍ଷାଧିକାରୀ ଅବିନାଶ ଶତପଥୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । କରୋନା ସମୟରେ ଜୀବନକୁ ବାଜି ଲଗାଇ ସେବା ଯୋଗାଇଥିବା ଶିକ୍ଷକ, ଶିକ୍ଷୟିତ୍ରୀ, ଏଏନଏମ, ଆଶାକର୍ମୀ, ଅଙ୍ଗନବାଡି କର୍ମୀ ଓ ସିଆରପିମାନଙ୍କୁ କୋଭିଡ ଯୋଦ୍ଧା ଭାବେ ଅତିଥିମାନେ ଉପଢୌକନ ଓ ମାନପତ୍ର ଦେଇ ସମ୍ମାନୀତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପି.ୱର୍ଦ୍ଧରାଜୁଲୁ ରେଡି, ସ୍କୁଲର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
