
ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଦିଗପହଣ୍ଡି ବ୍ଲକର କେ.ସାମନ୍ତରାପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ପୋଷାକ ଓ ଜୋତା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବରାଜ ସାବତ ପୌରାହିତ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ. ନିରଞ୍ଜନ ରେଡ୍ଡୀ, ପୂର୍ବତନ ସରପଞ୍ଚ ଏସ. ଗାନ୍ଧୀ ଦୋରା, ସମ୍ମାନିତ ଅତିଥି କେଦାରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପୀନାଥ ପଟ୍ଟନାୟକ ଯୋଗ ଦେଇଥିଲେ । ସମସ୍ତ ଅତିଥିଗଣ ପ୍ରାୟ ୬୨ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ । ଏହାପରେ ସମସ୍ତ ଛାତ୍ରଛାତ୍ରୀ ଯେପରି ଭଲ ପାଠ ପଢିବା ପାଇଁ ଆସିବେ ସମସ୍ତ ଏସଏମସି ମାନଙ୍କୁ ପରାମର୍ଶ ଦିଆଯାଇଥିଲା ।
ରିପୋର୍ଟ : ଗୋପୀନାଥ ପଟ୍ଟନାୟକ