

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ଗଜପତି ଜିଲ୍ଲାରେ ପୁଣି ଫେରିଛି ଡେଙ୍ଗୁ ଆତଙ୍କ । ଅଧିକାଂଶ ଲୋକ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଖବର ମିଳିଛି । ସେହିପରି ଜିଲ୍ଲାରେ ୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଜ୍ଵରରେ ପୀଡିତ ଲୋକଙ୍କ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି । ଏହାସହ ଗାଁରେ ମେଡିକାଲ ଟିମ୍ ପହଞ୍ଚି ଲୋକଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ଆରମ୍ଭ କରିଛନ୍ତି । ତେବେ ଏହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ଥିବାବେଳେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛନ୍ତି । ଜିଲ୍ଲାରେ ଯେଉଁ ୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି । ଲୋକଙ୍କୁ ଡେଙ୍ଗୁ ସଚେତନତା କରୁଥିବା ବାଘଶଳା ଅଞ୍ଚଳର ଜଣେ ଆଶା କର୍ମୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ବେଳେ ଗାଁରେ ଆହୁରି ଅନେକ ଲୋକ ଜ୍ୱରରେ ପିଡୀତ ଅଛନ୍ତି । ଏହି ଖବର ପାଇବା ପରେ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ ବାଘଶଳାରେ ପହଞ୍ଚି ସ୍ୱାମୀ ପରୀକ୍ଷା କରିବା ସହ ଆକ୍ରାନ୍ତଙ୍କ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି ।
ରିପୋର୍ଟ : କୃଷ୍ଣ କୁମାର ବେହେରା

